ସେପ୍ଟେମ୍ବର ୧୫ ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

ପୁରୀ,୨୨ା୮: ଶ୍ରୀମନ୍ଦିରରେ ଏଥର ଧାଡ଼ିରେ ହେବ ମହାପ୍ରଭୁଙ୍କ ଦର୍ଶନ। ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଏହି ଧାଡ଼ି ଦର୍ଶନ।ଏନେଇ ସୂଚନା ଦେଲେ ଆଇମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିଛନ୍ତି ମନ୍ତ୍ରୀ।ଏହା ଦ୍ୱାର ଭିଡ଼ ନିୟନ୍ତ୍ରଣ ହୋଇପାରିବ। ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ସୁଗରେ କରିପାରିବେ ବୋଲି କହିଛନ୍ତି ମନ୍ତ୍ରୀ।୩ରୁ ୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ। ପ୍ରଥମ ବୈଠକରେ ହୁଣ୍ଡି ସିପ୍ଟ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ।ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ପାଇଁ ପ୍ରାୟ ବର୍ଷେ ହେଲା ଯୋଜନା ହେଉଥିଲା । କିନ୍ତୁ ଏପର୍ଯ୍ୟନ୍ତ ହୋଇନଥିବାରୁ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଆଗକୁ କାର୍ତ୍ତିକ ମାସ ଆସୁଥିବାରୁ ଶୀଘ୍ର ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା । କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ । ବାହାରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଧାଡ଼ି ବ୍ୟବସ୍ଥା ଥିବା ବେଳେ ଭିତର ଧାଡ଼ି ଦର୍ଶନ ବ୍ୟବସ୍ଥା କିନ୍ତୁ ହୋଇନଥିଲା । ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପୂର୍ବରୁ କହିଥିଲେ, ଜାନୁଆରିରୁ ଶ୍ରୀମନ୍ଦିରରେ  ଭିତର ଦର୍ଶନ ଲାଗି ଧାଡ଼ି ବ୍ୟବସ୍ଥା ଲାଗୁ ହେବ । କିନ୍ତୁ ଜାନୁଆରିରେ ହୋଇନଥିଲା । ଆଠ ମାସ ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ । ଏହାଦ୍ବାରା ଭିତର ଦର୍ଶନ ସମୟରେ ସାତ ପାହାଚ ଦ୍ଵାରରେ ପ୍ରବେଶ କରି ଭକ୍ତ ଘଣ୍ଟି ଦ୍ଵାର ଓ ଗାରଦ ଦ୍ଵାରରେ ବାହାରି ପାରିବେ । ଘଣ୍ଟି ଦ୍ଵାରରେ ମହିଳା ଓ ବରିଷ୍ଠ ନାଗରିକ, ଗାରଦ ଦ୍ଵାରରେ ପୁରୁଷଙ୍କ ପାଇଁ ପ୍ରସ୍ଥାନ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!