ଭୁବନେଶ୍ଵର,୨୨।୮: ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ହେବ ବ୍ୟାପକ ପରିବର୍ତ୍ତନ । ଆସନ୍ତା ୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍କିମାଟିକ ପ୍ରାଥମିକ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ୪୫ ହଜାର ଶିକ୍ଷକ ନିଯୁକ୍ତ ହେବେ । ସୃଷ୍ଟି ହେବ ୪୦ ହଜାର ନୂତନ ଶିକ୍ଷକ ପଦବୀ ।ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଆରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି ବୋଲି ବୈଠକରେ ମତ ପ୍ରକାଶ ପାଇଛି । ପ୍ରାଥମିକ ଶିକ୍ଷା ପାଇଁ BSE, CHSE ବଦଳରେ ରାଜ୍ୟରେ ରହିବ ଗୋଟିଏ ବୋର୍ଡ । ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ହୋଇଛି ।ରାଜ୍ୟରେ ବର୍ତ୍ତମାନ ୪୫ ହଜାର ୨୯୨ଟି ପ୍ରାଥମିକ ବିଦ୍ୟାଳୟରେ ୧ ଲକ୍ଷ ୬୦ ହଜାର ୩୧୯ଟି ଶିକ୍ଷକ ପଦବୀ ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯ ହଜାର ୩୬୬ ଟି ପଦବୀ ସୃଷ୍ଟି କରାଯିବ । ଆସନ୍ତା ଡିସେମ୍ବର ସୁଦ୍ଧା ୫ ହଜାର ୬୭ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ । ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪ ହଜାର ୪୩୩ ଟି ପଦବୀ ପୂରଣ କରାଯିବ । ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ।ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଦିଆଯିବ । ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |