ଆଜି ସପ୍ତପୁରୀ ଅମାବାସ୍ୟା,ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ, ୨୩।୦୮ : ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ। ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ। ଏହି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସେ । ପୂଜାପଣ୍ଡା ଷୋଡ଼ଶ ଉପଚାରରେ ପୂଜା କରିଥାଆନ୍ତି। ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ। ଗତକାଲି ଅଠରନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!