୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ବୌଦ୍ଧ,୨୩।୮: ୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି । ୩ଟି ବ୍ଲକ୍‌ର ୫୬ଟି ସ୍କୁଲ୍‌କୁୂ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଥିବା ବେଳେ ୩ଟି ବ୍ଲକର ସ୍କୁଲ କର୍ତ୍ତୃପକ୍ଷଙ୍କୁ ନୋଟିସ୍‌ ଜାରି କରିଛନ୍ତି ଡିଇଓ । ଅଗଷ୍ଟ ୧୫ରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେଇନଥବାରୁ ଏହି ନୋଟିସ୍‌ ଜାରି କରାଯାଇଛି । ଏହି ସ୍କୁଲ୍‌ ଗୁଡିକ ମଧ୍ୟରେ ହରଭଙ୍ଗା ବ୍ଲକର ୩୩ଟି, ବୌଦ୍ଧ ବ୍ଲକର ୧୫ଟି, କଣ୍ଟାମାଳ ବ୍ଲକର ୮ଟି ସ୍କୁଲ ସାମିଲ ରହିଛି ।ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ନ ଦେବା ମହଙ୍ଗା ପଡ଼ିଛି । ବୌଦ୍ଧ ଜିଲ୍ଲାର ୫୬ଟି ବିଦ୍ୟାଳୟକୁ ଏଥିପାଇଁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ଜିଲ୍ଲାର ୩ ବ୍ଲକ ଶିକ୍ଷା ଅଧିକାରୀ ବୌଦ୍ଧ, କଣ୍ଟାମାଳ ଓ ହରଭଙ୍ଗାଙ୍କ ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ ।ବୌଦ୍ଧ ବ୍ଲକର ୧୫ଟି ବିଦ୍ୟାଳୟ, ହରଭଙ୍ଗାର ୩୩ଟି ବିଦ୍ୟାଳୟ ଓ କଣ୍ଟାମାଳର ୮ଟି ବିଦ୍ୟାଳୟ ସ୍ଵାଧୀନତା ଦିବସରେ ପିଲାଙ୍କୁ ରୋଷେଇ କରି ମଧ୍ୟାନ ଭୋଜନ ଦେଇ ନଥିଲେ । ଏବେ ଜିଲ୍ଲା ଶିକ୍ଷା ଅଧିକାରୀ କାରଣ ଦର୍ଶାଅ ନୋଟିସ୍ ଜାରି କରିବା ସହିତ କାହିଁକି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ସେ ନେଇ ୭ ଦିନରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଏଥିସହ ଅଗଷ୍ଟ ୧୫ ତାରିଖରେ ବିଦ୍ୟାଳୟ ଆସିଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ୭ ଦିନ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟି ଆଗରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ସହ ପ୍ରମାଣ ଭାବେ ଫଟୋ ଓ ଭିଡିଓ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଗକୁ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଯେଭଳି ଗାଇଡଲାଇନ୍ ମାନିବେ ସେ ନେଇ ଚେତାବନୀ ଦେବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!