ପୁରୀ, ୨୩।୮:ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ । ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁଙ୍କ ପାଇଁ ବ୍ୟବସ୍ଥା କରାଯିବ । ସ୍ବତନ୍ତ୍ର ଗୃହ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ମିଳିଛି । ଶ୍ରୀମନ୍ଦିର ପରିସର ଶାଖା କାର୍ଯ୍ୟାଳୟ ନିକଟରେ ଗୃହ ପାଇଁ ନିଷ୍ପତ୍ତି ହୋଇଛି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ବତନ୍ତ୍ର ମହିଳା ସହାୟିକା ରହିବେ । ତୁରନ୍ତ କାର୍ଯ୍ୟକାରୀ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି । ଦୀର୍ଘ ଦିନ ଧରି ଏ ଦାବି ହୋଇଆସୁଥିବା ବେଳେ ଏବେ ଶ୍ରୀମନ୍ଦିର ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଛି ।ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମହିଳା ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି l ସେମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି l ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର୍ ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ଯ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରିଛନ୍ତି। ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ଯାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି l
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |