ଭୁବନେଶ୍ୱର,୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଆଜି ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଦିଲ୍ଲୀରେ ସେମିକନ୍ ସମ୍ମିଳନୀ ଆୟୋଜନ ହେବାକୁ ଥିବା ବେଳେ ଏହି କାର୍ଯ୍ୟକ୍ରମରେ ସେ ଯୋଗଦେବେ ବୋଲି ଜଣାପଡିଛି। ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଏହି ଜାତୀୟ ସ୍ତରର ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ। ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗଦେବେ।ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ ଯୋଗ ଦେବେ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେହିପରି ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି ।ସେହିପରି ରାଜ୍ୟରେ ଖାଲିପଡିଥିବା ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟପ ପଦ ପୂରଣ ପାଇଁ ଆଲୋଚନା ହେବାର ସମ୍ଭାବନା ରହିଛି । ହେଲେ ଏନେଇ କୌଣସି ସଠିକ ସୂଚନା ମିଳିନାହିଁ । ରାଜ୍ୟରେ ଗତ ବର୍ଷେ ହେବ ୬ ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦ ଖାଲିରହିଛି । ଯାହାକୁ ନେଇ ବିଭିନ୍ନ ସମୟରେ ରାଜ୍ୟ ବିଜେପି ସଭାପତି ମଧ୍ୟ ଦିଲ୍ଲୀ ଗସ୍ତ କରି କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |