ଶ୍ରୀମନ୍ଦିରରେ ଖୋଲିଲା ଶିଶୁ ସ୍ତନ୍ୟପାନ କେନ୍ଦ୍ର

ପୁରୀ,,୧।୯:  ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ। ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ଭିତରେ ଶାଖା କାର୍ଯ୍ୟାଳୟ ନିକଟସ୍ଥ ଏକ ଶୀତତାପ ନିୟନ୍ତ୍ରିତ ଗୃହରେ ଏକକାଳୀନ ୪ ଜଣ ମହିଳା ଶିଶୁଙ୍କୁ ସ୍ତନ୍ୟପାନ କରାଇପାରିବେ। ଦୁଇ ଜଣ ଲେଖାଏଁ ମହିଳା ଜେଟିପିଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି।ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯାଇଛି। ଏହି ସ୍ତନ୍ୟପାନ କକ୍ଷରେ ମେଡିକାଲ ଟିମ୍ ମଧ୍ୟ ମୁତୟନ ହୋଇଥିବା ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ କହିଛନ୍ତି। ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଭକ୍ତ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!