ପୁରୀ,୩।୯: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ସର୍ବସାଧାରଣ ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ବନ୍ଦ ରହିବ। ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ସେହିପରି ଗତକାଲି ଗଜପତି ମହାରାଜଙ୍କର ୬୯ ଅଙ୍କ ଆରମ୍ଭ ହେବ । ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ଓ ନୃସିଂହଙ୍କୁ ପୁଜାର୍ଚ୍ଚନା କରିବେ ଗଜପତି । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ।ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନୀତି ସମ୍ପାଦନ କରାଯିବ । ଏ ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୂଦ୍ରା ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ଏହାକୁ ଘୋଷଣା କରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |