ଶ୍ରୀମନ୍ଦିରରେ ଧାଡି ଦର୍ଶନକୁ ଅନୁମୋଦନ

ପୁରୀ,୩।୯: ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଶେଷ ହୋଇଛି । ଶ୍ରୀମନ୍ଦିର ପରିକଚାଳନା କମିଟି ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଅନୁମୋଦନ ମିଳିଛି । ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । କମିଟିରେ ଅଛନ୍ତି ୯ ଜଣ ସଦସ୍ୟ । ସେମାନେ ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି । ୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି । ଷ୍ଟାଚ୍ୟୁଟାରୀ ସବ୍‌କମିଟି -ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି ।ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!