ଭୁବନେଶ୍ୱର, ୪।୯: ବିଶିଷ୍ଟ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ଯବସ୍ଥା ସଂକଟରେ । ସେ ଗୁରୁତର ହୋଇ କୋମାରେ ଥିବା ଜଣା ପଡିଛି ।କଟକରୁ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ଅଭିଜିତ ମଜୁମଦାର । ସ୍ବାସ୍ଥ୍ଯାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରି ଭର୍ତ୍ତି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |