୮୧ ଜଣ ଶ୍ରେଷ୍ଠ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ  ,,୫ା୯:‘ଗୁରୁ ଦିବସ’ ଅବସରରେ ଶୁକ୍ରବାର ନୂଆଦିଲ୍ଲୀଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୮୧ ଜଣ ଶ୍ରେଷ୍ଠ ଶିକ୍ଷକଙ୍କୁ ସମ୍ମାନଜନକ ‘ଜାତୀୟ ଶିକ୍ଷକ ପୁରସ୍କାର-୨୦୨୫’ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେଥିମଧ୍ୟରୁ ଭାରତ ସରକାରଙ୍କ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗର ୪୫ ଜଣ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ରେ ସମ୍ମାନିତ କରାଯାଇଥିବା ବେଳେ ଉଚ୍ଚ ଶିକ୍ଷା ବିଭାଗରେ ୨୧ ଜଣ ଗୁରୁ ଏବଂ ଅନ୍ୟ ବିଭାଗର ଶିକ୍ଷକମାନେ ଏହି ସମ୍ମାନଜନକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ।ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ମାଲକାନାଗିରି ଜିଲ୍ଲାର ବସନ୍ତ କୁମାର ରଣା, କନ୍ଦେଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କୋରାପୁଟ ଜିଲ୍ଲାରେ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟରେ କାର୍ଯ୍ୟ ରତ ତରୁଣ କୁମାର ଦାସଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରାଯାଇଛି।ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ସମାରୋହରେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏହି ପୁରସ୍କାର ସ୍ୱରୂପ ତାଙ୍କୁ ୫୦ ହଜାର ଟଙ୍କା ନଗଦ ରାଶି ଓ ମାନପତ୍ର ସହିତ ସମ୍ବର୍ଦ୍ଧନା କରା ଯାଇଥିଲା। କାର୍ଯ୍ୟକ୍ରମରେ ଭାରତର ମହାମହିମ ରାଷ୍ଟ୍ରପତି, ଶିକ୍ଷାମନ୍ତ୍ରୀ, ଶିକ୍ଷା ସଚିବ ମଧ୍ୟ ଉପସ୍ଥିତ ଥିଲେ। ପୁରସ୍କାର ପୂର୍ବ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ସମସ୍ତ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!