ପୁରୀ,୬।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଛି । ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ। ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ। ରାତି ୨ଟାରେ ଦ୍ବାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିକାନ୍ତି ଆରମ୍ଭ କରାଯିବ।ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି ।ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା । ଭାଦ୍ରବ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତଥା ଭାଗବତ ଜନ୍ମରେ ପଡୁଛି ପ୍ରଥମ ଚନ୍ଦ୍ର ଗ୍ରହଣ। ତେବେ ଭାଦ୍ରବ ପୂର୍ଣ୍ନିମାରେ ହେବାକୁଥିବା ଚନ୍ଦ୍ର ଗ୍ରହଣ ହେଉଛି ରାହୁ ଗ୍ରସ୍ତ ଖ ଗ୍ରାସ ଚନ୍ଦ୍ର ଗ୍ରହଣ। ତେବେ ଚନ୍ଦ୍ର ଗ୍ରହଣ ପୁରୀରେ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ସାଢେ ତିନିଘଣ୍ଟା ଧରି ଏହା ଅନୁଷ୍ଠିତ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |