ଭବାନୀପାଟଣା,୬ା୯ : ସେପ୍ଟେମ୍ବର ୩୦ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଅନୁଷ୍ଠିତ ହେବ। ଏହି ଉତ୍ସବ ପାଳନ ପାଇଁ ଶନିବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଜିଲାପାଳ ପାୱାର ସଚିନ ପ୍ରକାଶ ଅଧ୍ୟକ୍ଷତା କରିଥିଲେ। ଜିଲାପାଳ ସମସ୍ତଙ୍କୁ ସ୍ବାଗତ ଜଣାଇ ମା’ଙ୍କ ଛତର ଯାତ୍ରା କିପରି ଶାନ୍ତିଶୃଙ୍ଖଳା ସହ ପାଳନ କରାଯିବ ସେ ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେପ୍ଟେମ୍ବର ୩୦ ମହାନବମୀ ପ୍ରାତଃ ୪ଟାରେ ଜେନାଖାଲଠାରେ ରୀତିନୀତି ପୂଜାର୍ଚ୍ଚନା ପରେ ମା’ଙ୍କ ଛତରଯାତ୍ରା ଘଣ୍ଟ ବାଦ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଶ୍ରଦ୍ଧାଳୁଙ୍କ ଗହଣରେ ରାଜପ୍ରାସାଦସ୍ଥିତ ମା’ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଭବାନୀପାଟଣା ସହରର ସମସ୍ତ ରାସ୍ତାଘାଟ, ନାଳନର୍ଦ୍ଦମା ସଫାସୁତୁରା ସହ ରାସ୍ତା ପାର୍ଶ୍ୱରେ ଲାଗିଥିବା ସମସ୍ତ ସିସି କ୍ୟାମେରା ଠିକ୍ କରିବା ପାଇଁ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |