ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡ଼ା,୮।୯ :ପରଲୋକରେ ପୂର୍ବତନ ମନ୍ତ୍ରୀ ରୋଜେନ୍ଦ୍ର ଢୋଲକିଆ । ୬୯ ବର୍ଷ ବୟସରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଛି । ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି । ଗତ କିଛି ଦିନ ଧରି ସେ ଚିକିତ୍ସିତ ହେଉଥିଲେ ।  ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି ।  ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ। ସେ କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି।ବିଧାୟକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଂଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!