ପୁରୀ,୯।୯: ଶ୍ରୀମନ୍ଦିରରେ ମହପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି।ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଏନେଇ ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ।ପ୍ରତିଦିନ ଜଗନ୍ନାଥଙ୍କ ସ୍ନାନ ନୀତି ହେଉଥିବା ବେଳେ କିଛି ଅଘଟଣ ଘାଟିଲେ ବା ବିଶେଷ ନୀତି ହେଲେ ମହାସ୍ନାନ ହୁଏ । ଜଗନ୍ନାଥଙ୍କ ଏହି ସ୍ନାନ ୬ ପ୍ରକାର । ଯଥା – ମହାସ୍ନାନ, ଛୁଆଁ ମହାସ୍ନାନ, ପର୍ବତିଆ ମହାସ୍ନାନ, ପାହାଡ ଉଠା ମହାସ୍ନାନ, ବଡ଼ ମହାସ୍ନାନ, ଯାତ୍ରାଙ୍ଗୀ ମହାସ୍ନାନ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |