ଭୁବନେଶ୍ବର,୧୦ା୯:ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ସମୀକ୍ଷା କରିଛନ୍ତି। ଏହି ଯୋଜନା ଉପରେ ସମୀକ୍ଷା କଲା ପରେ ସେ ଗଣମାଧ୍ୟମକୁ ବଡ଼ ସୂଚନା ଦେଇଛନ୍ତି। ତୃତୀୟ ପର୍ଯ୍ୟାୟରୁ ବଂଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଡୋର ଟୁ ଡୋର ସର୍ଭେ ହେବ ବୋଲି ସେ କହିଛନ୍ତି। ଅଧିକାରୀମାନେ ଆଗାମୀ ୧୫ ଦିନ ଭିତରେ ଫିଲଡ଼ ଭିଜିଟ କରି ତଦନ୍ତ ରିପୋର୍ଟ ଦେବେ। ଏଥି ପାଇଁ ଦୁଇ ଦିନ ଭିତରେ ଅଭିଯୋଗ ପୋର୍ଟାଲ ଖୋଲିବ। ବାଦ ପଡ଼ିଥିବା ହିତାଧିକାରୀମାନେ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରି ପାରିବେ।ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାରୁ ବଂଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର ଟୁ ଡୋର ସର୍ଭେ। ୧୫ ଦିନ ଭିତରେ ଫିଲ୍ଡ ଭିଜିଟ କରି ତଦନ୍ତ ରିପୋର୍ଟ ଦେବେ ଅଧିକାରୀ। ଦୁଇ ଦିନ ଭିତରେ ଖୋଲିବ ଅଭିଯୋଗ ପୋର୍ଟାଲ। ବାଦ ପଡ଼ିଥିବା ହିତାଧିକାରୀ ମାନେ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରି ପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |