ରାଜ୍ୟରେ ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର, ୧୦।୯: ରାଜ୍ୟରେ   ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ବି ରହିଛି। ପୂର୍ବାହ୍ନରେ ଖରା ଓ ଅପରାହ୍ଣ ଆଡ଼କୁ ମେଘୁଆ ପାଗ ସହ ବର୍ଷା ହେଉଛି।ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ୮ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼। ଏହି ସବୁ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!