16 ରେ ସର୍ବଦଳୀୟ ବୈଠକ ,୧୮ରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୧।୯:ଆସନ୍ତା ୧୬ ତାରିଖରେ ହେବ ସର୍ବଦଳୀୟ ବୈଠକ । ଆସନ୍ତା ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ ହେବ ବୋଲି ଜଣା ପଡ଼ିଛି  । ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଡକାଯିବ। ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା ବୋଲି ଜଣାପଡ଼ିଛି। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି ।ଆସନ୍ତା ୧୮ ତାରିଖରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ରହିଛି ୭ଟି କାର୍ଯ୍ୟ ଦିବସ। ଏହି ଅଧିବେଶନ ପାଇଁ ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ଏହି ସର୍ବଦଳୀୟ ବୈଠକ ଡାକିଛନ୍ତି। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି।ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି । ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି । ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!