ଭୁବନେଶ୍ୱର, ୧୧।୯: ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ଏହି ସମୟରେ କିଛି କାରକ ଚଳିତ ବର୍ଷ ବାତ୍ୟା ଆଶଙ୍କା ସହ ବାତ୍ୟା ବାତାବରଣକୁ ଅନୁକୂଳ କରିଛି। ନେଗେଟିଭ୍ ଆଇଓଡି ଓ ଲା-ନିନା ସକ୍ରିୟ ରହିଲେ ବାତ୍ୟା ସୃଷ୍ଟି ନିମନ୍ତେ ପରିବେଶକୁ ଅନୁକୂଳ କରିଥାଏ।ବିଶ୍ୱ ପାଣିପାଗ ସଂସ୍ଥାନର ଆକଳନ ଅନୁସାରେ ଡିସେମ୍ବର ଯାଏଁ ଜଳବାୟୁ ପ୍ରକ୍ରିୟା ଲା-ନିନାର ସକ୍ରିୟ ସ୍ଥିତି ଚିନ୍ତା ସୃଷ୍ଟି କରିଛି। ପ୍ରଶାନ୍ତ ମହାସାଗରରେ ଜଳବାୟୁ ପ୍ରକ୍ରିୟା ଲା-ନିନା ପରିସ୍ଥିତି ସଂଗଠିତ ହେଲେ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ତୀବ୍ରତାକୁ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ |ଜଳବାୟୁ ପ୍ରକ୍ରିୟା ଲା-ନିନା ପ୍ରଭାବରେ ଉଚ୍ଚ ସାମୁଦ୍ରିକ ପୃଷ୍ଠ ତାପମାତ୍ରାର ଉପସ୍ଥିତି ଯୋଗୁ ପଶ୍ଚିମ ପ୍ରଶାନ୍ତ ମହାସାଗର ତଥା ଚାଇନା ସାଗର ଅଂଚଳରେ ସୃଷ୍ଟି ବାତ୍ୟା ଗୁଡିକର ଅବଶିଷ୍ଟ ଅଂଶ ବଙ୍ଗୋପସାଗର ରେ ପ୍ରବେଶ ସହ , ମୌସୁମୀ ପରବର୍ତୀ ବାତ୍ୟା ଋତୁକୁ ସକ୍ରିୟ କରାଇବାରେ ଯଥେଷ୍ଟ ସାହାଯ୍ୟ କରିଥାଏ । ଖାସକରୀ ପ୍ରଶାନ୍ତ ମହାସାଗର ଅଂଚଳରୁ ବଙ୍ଗୋପସାଗର ଅଂଚଳକୁ ପ୍ରବେଶ ଅବଶିଷ୍ଟ ଅଂଶ ଗୁଡିକ ମୁଖ୍ୟତ ଭାବେ ଆଣ୍ଡାମାନ ସାଗର ଅଞ୍ଚଳ ପ୍ରବେଶ କରିଥାଏ।ସାମୁଦ୍ରିକ ତାପମାତ୍ରା ୨୬.୫ ଡିଗ୍ରୀରୁ ଅଧିକ ରହିଲେ ଏହା ମଧ୍ୟ ବାତ୍ୟା ସୃଷ୍ଟି ସାଙ୍ଗକୁ ବାତ୍ୟାକୁ ଅଧିକ ଘନୀଭୂତ କରାଏ। ଚଳିତ ବର୍ଷ ଏହି ସବୁ ସ୍ଥିତି ଅନୁକୂଳ ରହୁଥିବାରୁ ବାତ୍ୟା ସୃଷ୍ଟି ହେବାର ଆଶଙ୍କାକୁ ଦୃଢ଼ୀଭୂତ କରିଛି। ବିଶ୍ୱ ପାଣିପାଗ ସଂସ୍ଥା ସହ ଅନେକ ପାଣିପାଗ ବିଜ୍ଞାନୀ ଭାରତର ପୂର୍ବ ଉପକୂଳ ଓ ବିଶେଷ କରି ଆନ୍ଧ୍ରରୁ ପଶ୍ଚିମବଙ୍ଗ ଅଞ୍ଚଳ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି। ଯାହା ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଛି ଓ ଅକ୍ଟୋବର ୧ରୁ ବାତ୍ୟା ଋତୁ ଓଡ଼ିଶା ପାଇଁ ବିପଦ ଆଣିପାରେ ବୋଲି କୁହାଯାଉଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |