ଭୁବନେଶ୍ୱର,୧୨।୯:ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ। ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତା ୧୩ ତାରିଖ ଯାଏଁ ପ୍ରବଳ ବର୍ଷିବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତା ୬ ଦିନ ଅର୍ଥାତ୍ ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ଆଜି ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେଇଭଳି ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଜିଲ୍ଲାକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।ସଂଲଗ୍ନ ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ ଆଡ଼କୁ ଘୂର୍ଣ୍ଣିବଳୟ ସହିତ ବିସ୍ତାରିତ ହୋଇଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |