ଶ୍ରୀମନ୍ଦିର ଉତ୍ତର ଦ୍ବାର ନିକଟରେ ଛୁରାମାଡ଼ , ଦାଦା-ପୁତୁରା ଆହତ

ପୁରୀ ,୧୪ା୯: ଆଧ୍ୟାତ୍ମିକ ସହର ପୁରୀ ଶ୍ରୀକ୍ଷେତ୍ରରେ ପୁଣି ହିଂସା । ଶ୍ରୀମନ୍ଦିର ଉତ୍ତର ଦ୍ବାର ନିକଟରେ ଛୁରାମାଡ଼ ହୋଇଛି । ଏହି ଛୁରାମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସେପଟେ ଛୁରାମାଡ଼ କରି ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛି । ଏନେଇ ସିଂହଦ୍ବାର ଥାନାରେ ଏତଲା ଦିଆଯିବା ସହ ପୋଲିସ ତଦନ୍ତ ଆରମ୍ଭ କରିଛି ।ତେବେ ଛୁରାମାଡ଼ ହୋଇଥିବା ଦାଦା-ପୁତୁରା ଉଭୟେ ମାର୍କଣ୍ଡେଶ୍ଵର ସାହି ଅଞ୍ଚଳର ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛୁରାମାଡ଼ର କାରଣ ଜଣାପଡ଼ି ନ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଆଜି ଅପରାହ୍‌ଣ ପ୍ରାୟ ସାଢ଼େ ୩ଟାରେ ଉଭୟ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ ଶ୍ରୀମନ୍ଦିର ଉତ୍ତର ଦ୍ବାର ନିକଟରେ ଥିଲେ। ଏହି ସମୟରେ ଏକ ବାଇକ୍‌ରେ କିଛି ଦୁର୍ବୃତ୍ତ ଘଟଣାସ୍ଥଳରେ ପହଞ୍ଚି ଦାଦା ଓ ପୁତୁରାଙ୍କୁ ଛୁରୀରେ ଅତର୍କିତ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଛୁରାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!