ଶନିବାର ସାଢ଼େ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସ୍କୁଲ

ଖୋର୍ଦ୍ଧା,୧୪ା୯ :   ଶନିବାର ସାଢେ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନ। ଏନେଇ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଜ୍ଞପ୍ତି ଜାରି କରିଛନ୍ତି। ଏଥିରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଜିଲା ଶିକ୍ଷାଧିକାରୀ। ଏନେଇ ଖୋର୍ଦ୍ଧା ଜିଲାର ସମସ୍ତ ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି।ଚିଠିରେ ଉଲ୍ଲେଖ ଅଛି ଯେ, ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳୀନ ପଣ୍ଡିତ ଖୋର୍ଦ୍ଧା ଗସ୍ତରେ ଆସିଥିବା ବେଳେ ବେଗୁନିଆ ବ୍ଳକର ବିଭିନ୍ନ ପ୍ରାଥମିକ ସ୍କୁଲ ପରିଦର୍ଶନରେ ଯାଇଥିଲେ। ସେଠାରେ କିଛି ପ୍ରାଥମିକ ସ୍କୁଲ ୧୧ଟା ସୁଦ୍ଧା ବନ୍ଦ ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ଶନିବାର ଠିକ୍‌ ଭାବେ ସ୍କୁଲ ପରିଚାଳନା ହେଉ ନ ଥିବା ଦେଖିଥିଲେ। ତାହାକୁ ନେଇ ସଚିବ ବିରକ୍ତି ପ୍ରକାଶ କରିଥିଲେ। ଶିକ୍ଷାଗତ କ୍ୟାଲେଣ୍ଡର, ୨୦୨୫-୨୬ରେ ନିର୍ଦ୍ଦିଷ୍ଟ ସମସ୍ତ କାର୍ଯ୍ୟକଳାପି ବିଶେଷକରି ଶନିବାର ସ୍କୁଲ ସମୟ ସମ୍ପର୍କରେ କଡ଼ା ଅନୁପାଳନ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପରିସ୍ଥିତିରେ ଶନିବାର ଦିନ ୧୨:୩୦ ଟା ପୂର୍ବରୁ କୌଣସି ବିଦ୍ୟାଳୟ ବନ୍ଦ କରାଯିବ ନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!