ମୌସୁମୀ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ବର, ୧୬।୯: ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ । ଆସନ୍ତା ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ । ଏଥର ବିଧାନସଭା ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିଛି ।ବିଧାନସଭା ସମ୍ମିଳନୀ କକ୍ଷରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ ବିଜେପିବିଜେଡିକଂଗ୍ରେସ ଓ ସିପିଏମ୍ ବିଧାୟକ ଉପସ୍ଥିତ ଥିଲେ । ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତସଂସଦୀୟ ବ୍ୟାପାର ମନ୍ତ୍ରୀ ଓ ଆଇନ ମନ୍ତ୍ରୀବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକକଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଉପସ୍ଥିତ ଥିଲେ ।ସବୁ ଦଳର ବିଧାୟକଙ୍କ ସହଯୋଗ ଓ ସମର୍ଥନ ଲୋଡିଲେ ବାଚସ୍ପତି ସୁରମା ପାଢ଼ୀ । ସର୍ବଦଳୀୟ  ବୈଠକ ଶେଷ ହେବା ପରେ ବାଚସ୍ପତି ସୁରମା ପାଢୀ କହିଛନ୍ତିସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ାଯାଇଛି । ଆଶା କରୁଛୁ ମୌସୁମୀ ଅଧିବେଶନ ସୁରୁଖୁରୁରେ ଚାଲିବ ।ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ବାଚସ୍ପତି ସବୁ ଦଳର ସହଯୋଗ ଲୋଡିଲେ । ସାମ୍ଭିଧାନିକ ବିଧି ବ୍ୟବସ୍ଥା ଅନୁସାରେ ଆମେ ସହଯୋଗ କରିବୁ  ସରକାରଙ୍କ ବିରୋଧରେ ମାଳ ମାଳ ପ୍ରସଙ୍ଗ ରହିଛି । ଚାଷୀ ଓ ସାର ସମସ୍ୟା ସହ ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତମହିଳା ବିରୋଧୀ ହିଂସା ବୃଦ୍ଧି ପ୍ରସଙ୍ଗ ଗୃହରେ ଉଠିବ । ପ୍ରଥମ ଦିନ ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆସି ବନ୍ଦ ରହିବ ସେହିପରି କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ୍ କହିଛନ୍ତିଗୃହ ସ୍ୱାଭାବିକ ଚାଲିବା ନେଇ ବାଚସ୍ପତିଙ୍କ ସହ ଆଲୋଚନା ହେଲା । ଅନେକ ପ୍ରସଙ୍ଗ ରହିଛି କଂଗ୍ରେସ ବୁଧବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବ 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!