ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ

ଭୁବନେଶ୍ୱର,୧୭ା୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ ଲଗାଇଛନ୍ତି। ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରିବେ ସରକାର। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବା ସୂଚନାରାଜଧାନୀରେ ‘ସ୍ୱଚ୍ଛ ଭାରତ ଅଭିଯାନ’ରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଷ୍ଟରକ୍ୟାଣ୍ଟିନ ଛକରେ ମୁଖ୍ୟମନ୍ତ୍ରୀ ନିଜେ ଝାଡ଼ୁ ଧରି ସ୍ବଚ୍ଛତା ଅଭିଯାନରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ ଅନେକ ମନ୍ତ୍ରୀ, ବିଧାୟକଙ୍କ ସହ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ସାମିଲ ହୋଇଥିଲେ। ଏହି ଅବସରରେ ଆଜି ୭୫ ଲକ୍ଷ ବୃକ୍ଷ ରୋପଣ କରୁଛନ୍ତି ରାଜ୍ୟ ସରକାର। ଏକାମ୍ର କଲେଜରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ସାଢ଼େ ଚାରିକୋଟି ଓଡ଼ିଆଙ୍କ ତରଫରୁ ପ୍ରିୟ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କର ଦୀର୍ଘ, ସୁସ୍ଥ ଏବଂ ନିରାମୟ ଜୀବନ କାମନା କରିବା ସହ ସେ ଆହୁରି ଉତ୍ସାହ, ଆଗ୍ରହ ଓ କଠିନ ପରିଶ୍ରମ ସହ ଜନସେବା କରନ୍ତୁ ଏହା ହିଁ କାମନା। ମୋଦୀଜୀଙ୍କ ଜନ୍ମଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଉପରେ ଆଶୀର୍ବାଦର ବର୍ଷା କରନ୍ତୁ ବୋଲି ପ୍ରାର୍ଥନା କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!