ଡିଜେ ଗାଡ଼ି ପାଇଁ STAର କଟକଣା

ଭୁବନେଶ୍ୱର,୧୭।୯: ରାଜ୍ୟରେ ଡିଜେ ଗାଡ଼ି ଉପରେ କଟକଣା ଜାରି କରିଛି ରାଜ୍ୟ ପରିବହନ ପ୍ରାଧିକରଣ (STA)।  ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି କରାଯାଇଛି । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା ଲାଗିଛି। ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ବେଆଇନ। ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ଦିଆଯାଇଛି।: ଡିଜେ ଗାଡ଼ି ନାଁରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ମୋଟର ଯାନ ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜିକରଣ ଓ ଫିଟନେସ୍ ରଦ୍ଦ ହେବ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପଦକ୍ଷେପ ନେଲା ରାଜ୍ୟ ପରିବହନ ପ୍ରାଧିକରଣ । ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ହୋଇଛି ଏଭଳି ନିଷ୍ପତ୍ତି। ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର ଉଚ୍ଚତା, ଲମ୍ବ ଏବଂ ପ୍ରସ୍ଥରେ ପରିବର୍ତ୍ତନ, ଯାନରେ ଲଗାଉଥିବା ଅତି ଉଚ୍ଚ ସ୍ୱରର ଲାଉଡ ସ୍ପିକର ଏବଂ ଚିକମିକ୍ କରୁଥିବା ବେଆଇନ ଆଲୋକ ଇତ୍ୟାଦିକୁ ରୋକିବା ନିମନ୍ତେ ଏଣିକି କଠୋର ଆଭିମୂଖ୍ୟ ଗ୍ରହଣ କରିବ ପରିବହନ ବିଭାଗ । ଏନେଇ ଏକ ସର୍କୁଲାର ପରିବହନ ଆୟୁକ୍ତଙ୍କ ଦ୍ୱାରା ଜାରି କରାଯାଇଛି ।ଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ବିପଦ। ଲୋକଙ୍କ ସୁରକ୍ଷା ପାଇଁ ଏହି ଅସୁରକ୍ଷିତ ଡିଜେ ଗାଡ଼ିକୁ ରୋକିବା ଆବଶ୍ୟକ। ଏଥି ସହିତ ପାର୍ବଣ ଋତୁରେ ଏଭଳି ବେଆଇନ ଯାନକୁ ବ୍ୟବହାର ନକରିବାକୁ ଅନୁରୋଧ କରିବା ସହ  ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ କରିବାକୁ କୁହାଯାଇଛି। ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ଦେଇଛନ୍ତି । ଏନେଇ ସମସ୍ତ ଆରଟିଓଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛି ଏସଟିଏ । ଡିଜେ ଗାଡି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!