ଆଜିଠୁ ବିଧାନସଭାର ମୌସୁମୀ ଅଧିବ ଆରମ୍ଭ

ଭୁବନେଶ୍ୱର,୧୮ା୯ :ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେସନ। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶୋକପ୍ରସ୍ତାବରୁ ଆରମ୍ଭ ହେଲା ଗୃହକାର୍ଯ୍ୟ।ରାଜେନ୍ଦ୍ର ଢ଼ୋଲକିଆ ବିୟୋଗରେ ଶୋକପ୍ରସ୍ତାବ ଆଗତ। ୬ଜଣ ପୂର୍ବତନ ସଦସ୍ୟଙ୍କ ପାଇଁ ଶୋକପ୍ରସ୍ତାବ ଆଗତ ହେଲା। ସେପ୍ଟେମ୍ବର ୨୫ ଯାଏଁ ଚାଲିବ ଅଧିବେସନ। ଅଧିବେସନରେ ହେବ ୭ଟି କାର୍ଯ୍ୟଦିବସ |ସରକାର ସୁରୁଖୁରୁରେ ଅଧିବେଶନ ଚଳାଇବାକୁ ଚାହୁଁଥିବାବେଳେ କେତେକ ପ୍ରସଙ୍ଗରେ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି। ବୁଧବାର ସନ୍ଧ୍ୟା ସୁଦ୍ଧା କଂଗ୍ରେସ ଓ ବିଜେଡି ଏବଂ ଶାସକ ଭାଜପାର ବିଧାୟକଦଳ ବୈଠକ ଅନୁଷ୍ଠିତ ହୋଇସାରିଛି। ଗୁରୁବାର ବିଜେଡି ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ ହେବା ସ୍ଥିର ହୋଇଛି।ବିଧାନସଭାର ସଦସ୍ୟ ଥିବା ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!