ଭୁବନେଶ୍ୱର,୨୦।୯: ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି । ମୋହନ ସରକାର ପଞ୍ଚୟେତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗ ଆଣିଛି ବିଜେଡି ।ଏ ନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ବିଜେଡି ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ପ୍ରମିଳା ମଲ୍ଲିକ ଏବଂ ଅରୁଣ ସାହୁ ।ସେପଟେ ବିଜେଡିର ବିଧାନସଭା ଘେରାଉକୁ ନେଇ ବିଜେପି ବିଧୟକ ଟଙ୍କଧର ତ୍ରିପାଠୀ କହିଛନ୍ତି ଯେ, ବିରୋଧୀ ଦଳ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବାକୁ ଅପଚେଷ୍ଟା କରୁଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |