ନୂଆଦିଲ୍ଲୀ,୨୦ା୯: ଭାରତୀୟ ସିନେମା ଜଗତରେ ଅନେକ ପ୍ରତିଷ୍ଠିତ ପୁରସ୍କାର ଅଛି। ଏଥିମଧ୍ୟରୁ ଦାଦାସାହେବ ଫାଲକେ ପୁରସ୍କାର ସିନେମା କ୍ଷେତ୍ରରେ ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର । ସମ୍ପ୍ରତି ଭାରତ ସରକାର ଦାଦାସାହେବ ଫାଲକେ ପୁରସ୍କାର 2023 ପାଇଁ ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛନ୍ତି। ଦକ୍ଷିଣ ଭାରତୀୟ ଅଭିନେତା ମୋହନଲାଲଙ୍କୁ ଏହି ପୁରସ୍କାର ପାଇଁ ଚୟନ କରାଯାଇଛି । ଭାରତୀୟ ସିନେମାରେ ତାଙ୍କ ଅବଦାନ ପାଇଁ ଏହି ଅଭିନେତାଙ୍କୁ ଏହି ସମ୍ମାନ ଦିଆଯାଉଛି।ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଶନିବାର ଘୋଷଣା କରିଛି ଯେ ମାଲାୟଲମ ସୁପରଷ୍ଟାର ମୋହନଲାଲଙ୍କୁ ୨୦୨୩ ପାଇଁ ଦାଦା ସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |