ଆଜି ପବିତ୍ର ମହାଳୟା ଅମାବାସ୍ୟା

ପୁରୀ ,୨୧।୦୯ : ଆଜି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର, ମହୋଦଧି ସହ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପିଣ୍ଡଦାନ କରିଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଆଜି ପିତୃପକ୍ଷର ଅନ୍ତିମ ଦିବସ ହୋଇଥିବାରୁ ପିତୃ ଓ ମାତୃ ଘରର ୩ ପୁରୁଷଙ୍କୁ ତିଳତର୍ପଣ କରିବା ସହ ଆତ୍ମାର ସଦଗତି କାମନା କରିଛନ୍ତି ଶ୍ରଦ୍ଧାଳୁ।୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ଶେଷ ଦିନ। ପିତୃପୁରୁଷଙ୍କୁ ଆଜି ଶ୍ରାଦ୍ଧ ଓ ପିଣ୍ତଦାନ କରିବାର ପରମ୍ପରା ରହିଛି। ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଓ ପିଣ୍ତଦାନ କରିବାର ବିଶେଷ ମହତ୍ତ୍ୱ ରହିଛି। ବିଶେଷ କରି ତୀର୍ଥକ୍ଷେତ୍ର ଓ ତୀର୍ଥ ପୁଷ୍କରିଣୀରେ ପିଣ୍ତଦାନ ସହ ତର୍ପଣ କରାଯାଉଥିବାରୁ ପୁରୀରେ ପିଣ୍ତଦାନ କରୁଛନ୍ତି ଶହ ଶହ ଶ୍ରଦ୍ଧାଳୁ। ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ବରର ପବିତ୍ର ବିନ୍ଦୁସାଗରରେ ମଧ୍ୟ ମହାଳୟା ଶ୍ରାଦ୍ଧ ଅବସରରେ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ପିଣ୍ଡଦାନ ପାଇଁ ବିନ୍ଦୁସାଗରରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!