ନୂଆଦିଲ୍ଲୀ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ। ତେବେ ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ହୋଇପାରେ ବୋଲି ଆଲୋଚନା ହେଉଛି। ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇଥାନ୍ତେ। ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ ।ଯଦିଓ ଏହା ସ୍ପଷ୍ଟ ହୋଇନାହିଁ। ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ ହୋଇଥିବା ସୂଚନାରୁ ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |