ଆସୁଛି ଦୁଇଟି ବଡ଼ ଲଘୁଚାପ ,ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

 ଭୁବନେଶ୍ୱର,୨୨।୯:  ଦଶହରାରେ ଛେଚିବ ବର୍ଷା।   ଏଥର ଦଶହରାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଉତ୍ତର ଓ ଅତି ପ୍ରବଳ ବର୍ଷା ହେବ ପାଣିପାଗ କେନ୍ଦ୍ର। ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ବାକି ୨୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।ଆସନ୍ତା ସେପ୍ଟେମ୍ବର ୨୬ ତାରିଖ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଲଘୁଚାପ ପ୍ରଭାବରେ ବର୍ଷା ନ ଛାଡ଼ୁଣୁ ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!