ପୁରୀ,୨୨।୯: ଆସନ୍ତାକାଲି ମଙ୍ଗଳବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କାଲି ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ଏଥିପାଇଁ କାଲି ଦିନ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ। ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଛି। ରତ୍ନଭଣ୍ଡାର ସ୍ଥାନାନ୍ତର ପରେ କଟକଣା ପ୍ରତ୍ୟାହାର ହେବ।ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ଆସନ୍ତା କାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଏହି ଅଳଙ୍କାର ସ୍ଥାନାନ୍ତର କରାଯିବ lତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଶ୍ରଦ୍ଧାଳୁମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ l ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପରେ ପ୍ରବେଶ କଟକଣା ପ୍ରତ୍ୟାହାର ହେବ ଓ ଦର୍ଶନ ସ୍ୱାଭାବିକ ହେବ lମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି l
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |