ଭୁବନେଶ୍ୱର,୨୩।୯: ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡି ପ୍ରତିବାଦ। ବିଜେଡି କର୍ମୀମାନେ ୨ଟି ବ୍ୟାରିକେଡ୍ ଭାଙ୍ଗିଛନ୍ତି। ଏଣେ ପୁଲିସ୍ ସହ ବିଜେଡି କର୍ମୀମାନଙ୍କର ଧସ୍ତାଧସ୍ତି ହୋଇଛି।ବିଧାନସଭା ସମ୍ମୁଖରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରୁଛି ବିଜେଡି। ବିଧାନସଭା ଘେରିବାକୁ ବିଜେଡି କର୍ମୀଙ୍କ ଉଦ୍ୟମ।ବିକ୍ଷୋଭକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ- ବିଜେଡି କର୍ମୀ ମୁହାଁମୁହିଁ। ଦୁଇଟି ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ। ଗାନ୍ଧୀ ମାର୍ଗରେ ଚାଲିଛି ଖଣ୍ଡ ଯୁଦ୍ଧ।ବିଧାନସଭା ଆଡକୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପାଣି ମାଡ଼ କଲା ପୋଲିସ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |