ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ

ପୁରୀ ,୨୩।୯: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି । ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ସିଂହଦ୍ଵାର ଦେଇ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ଵାର ବାଟେ ପ୍ରବେଶ କରି ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରୁଛନ୍ତି । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା ।ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା । ଅପରାହ୍ନ ୨ଟା ୫୫ ମିନିଟ୍‌ରେ ସ୍ଥାନାନ୍ତର କାର୍ଯ୍ୟ ଶେଷ ହୋଇଛି ।ମୋଟ ୬ଟି ଆଲମିରା ଏବଂ ୬ଟି ପ୍ୟାକେଟରେ ସମସ୍ତ ଅଳଙ୍କାରକୁ ବନ୍ଦ ଅବସ୍ଥାରେ ସ୍ଥାନାନ୍ତର କରାଯାଇ ରତ୍ନଭଣ୍ଡାରରେ ରଖାଯାଇଛି। ଏହା ପରେ ମାଜିଷ୍ଟ୍ରେଟ ତଥା ଜିଲାପାଳଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରରେ ତାଲା ପକାଯାଇଛି। ତେବେ ରତ୍ନ ଅଳଙ୍କାର ଗଣତି ମଣତି ହୋଇନାହିଁ। ଗଣତି ମଣତି ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡ଼ିଛି । ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଚାବି ପଡ଼ିଛି । ଚାବିଟି ଟ୍ରେଜେରୀକୁ ହସ୍ତାନ୍ତର ହେବ । ରାଜ୍ୟ ସରକାରଙ୍କ SOP ଅନୁସାରେ ସ୍ଥାନାନ୍ତର କରାଯାଇଛି । SOP ଅନୁସାରେ ମଧ୍ୟ ସବୁ କିଛି ଭିଡିଓଗ୍ରାଫି କରାଯାଇଛି ।  

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!