ଆରମ୍ଭ ହେଲା ‘ଆମ ସାଥୀ’ ୟୁନିଫାଏଡ୍ ହ୍ୱାଟସଆପ୍ ବଟ୍

ଭୁବନେଶ୍ବର, ୨୬।୯:  ଲୋକଙ୍କ ହାତ ପାହାନ୍ତାରେ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ୍ ବଟ୍ । ଜନ୍ମମୃତ୍ୟୁ, ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ ଏବଂ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ, ଆର୍ନ୍ତଜାତି ବିବାହରୁ ଲାଭ, ଜାତୀୟ ପରିବାର ଯୋଜନାରୁ ଲାଭ ଭଳି ବହୁ ସୁବିଧା ହ୍ୱାଟସଆପ୍ ଜରିଆରେ ମିଳିପାରିବ ।   ୯୪୩୭୨୯୨୦୦୦ ହ୍ୱାଟସଆପ୍ ନମ୍ବରରେ ଆବେଦନ କରି ପାରିବେ । ଆବେଦନ ଠୁ ସାର୍ଟିଫିକେଟ ଏହି ନମ୍ୱର ଜରିଆରେ ପାଇପାରିବେ ।ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ବିଭିନ୍ନ ବିଭାଗର ୧୩୨ଟି ସେବା ପାଇଁ ଆବେଦନ କରିହେବ । ପରବର୍ତ୍ତୀ ମୁହୂର୍ତ୍ତରେ ଅନ୍ୟ ସେବା ଗୁଡ଼ିକୁ ସାମିଲ କରାଯିବ । ୨୦୨୫ ଶେଷ ସୁଦ୍ଧା, ଓଡ଼ିଶା ଲୋକସେବା ଅଧିକାର ଆଇନ ଅଧୀନରେ ଅଧିସୂଚିତ ସମସ୍ତ ସାର୍ବଜନୀନ ସେବା ଏକକ ହ୍ବାଟ୍‌ସଆପ୍ ବଟ୍ ମାଧ୍ୟମରେ ଯୋଗାଇ ଦିଆଯିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଜଣେ ବ୍ୟକ୍ତି ଇଂରାଜୀ କିମ୍ବା ଓଡ଼ିଆରେ ଲେଖି ହ୍ବାଟ୍‌ସଆପ୍ରେ ସମସ୍ତ ସରକାରୀ ସେବାରୁ ଉପକୃତ ହୋଇପାରିବେ । ଓଡ଼ିଆ ବା ଇଂରାଜୀ ଲେଖି ଜାଣିନଥିବା ଲୋକମାନେ ଭାରତ ସରକାରଙ୍କ ‘ଭାଷିନୀ ପ୍ଲାଟଫର୍ମ’ ବ୍ୟବହାର କରି ନିଜର କଣ୍ଠସ୍ବର ମାଧ୍ୟମରେ ଏହି ସେବା ପାଇପାରିବେ । ମେଟା ଇଣ୍ଡିଆ ସହ ମିଶି ସାଧରଣ ପ୍ରଶାସନ ବିଭାଗ ଏହି ପଦକ୍ଷେପ ନେଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!