ଝାରସୁଗୁଡା, ୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।ଝାରସୁଗୁଡ଼ାରେ ପ୍ରକଳ୍ପ ବର୍ଷା କରିଛନ୍ତି ମୋଦି। ୬୦ ହଜାର କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଯେଉଁଥିରେ VCରେ ସାମିଲ ହୋଇଛନ୍ତି ଆନ୍ଧ୍ର, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଝାରସୁଗୁଡାରେ ଟେଲିକମ୍, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ ଏବଂ ଗ୍ରାମୀଣ ଗୃହ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ରରେ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି।ଜାତୀୟ ଯୋଗାଯୋଗ ଭିତ୍ତିଭୂମିକୁ ଏକ ପ୍ରମୁଖ ପ୍ରୋତ୍ସାହନ ଦେଇ ପ୍ରଧାନମନ୍ତ୍ରୀ ପ୍ରାୟ ୩୭,୦୦୦ କୋଟି ଟଙ୍କା ବ୍ୟୟରେ ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାରେ ନିର୍ମିତ ୯୭,୫୦୦ ରୁ ଅଧିକ ମୋବାଇଲ୍ 4G ଟାୱାରକୁ ସମର୍ପିତ କରିଛନ୍ତି।ଏହାସହ ଭୀମସାରର ଉନ୍ନତୀକରଣ ପାଇଁ ମାଷ୍ଟରପ୍ଲାନର ଲୋକାର୍ପଣ କଲେ। ଏମକେସିଜି କଲେଜର ଉନ୍ନତୀକରଣ ପାଇଁ ମାଷ୍ଟରପ୍ଲାନ। ସମ୍ୱଲପୁର ସିଟି-ସରଳା ରେଳ ପ୍ଲାଏଓଭରର ଭିତ୍ତିପ୍ରସ୍ତର ସ୍ଥାପନ। କୋରାପୁଟ-ବାଇଗୁଡ଼ା ରେଳ ଲାଇନର ଦୋହରୀକରଣ। ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ ମଧ୍ୟ କଲେ ପ୍ରଧାନମନ୍ତ୍ରୀ।କେବଳ ସେତିକି ନୁହେଁ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ। ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ଓ୍ୱାଇଫାଇ ସେବା ଉଦଘାଟନ। ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ। ସାରା ଦେଶରେ ୪ଟି ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |