ତାମିଲନାଡୁ ଦଳାଚକଟା ଘଟଣା:ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ

କରୁର,୨୮ା୯:ତାମିଲନାଡୁର କରୁର୍‌ଠାରେ ତାମିଲ ସୁପରଷ୍ଟାର ତଥା ଟିଭିକେ ନେତା ବିଜୟଙ୍କ ନିର୍ବାଚନ ପ୍ରଚାର ୠାଲିରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୩୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ୧୦ ଜଣ ଶିଶୁ ଏବଂ ୧୬ ମହିଳା ଥିବା ଜଣାପଡିଛି। ଦଳାଚକଟାରେ ୫୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ପୁଲିସ୍ ଏହି ଘଟଣାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି।କରୁର ଦଳାଚକଟାରେ ମୃତ୍ୟୁବରଣ କରିଥିବା ୩୯ଜଣଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କା ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଏକ୍ସ ପୋଷ୍ଟ ମାଧ୍ୟମରେ ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।ସେପଟେ ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି ଥଲପତି ବିଜୟ। ୩୯ ଜଣ ମୃତକଙ୍କ ପରିବାରକୁ ସେ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଟିଭିକେ ମୁଖ୍ୟ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଏହା ମଧ୍ୟ କହିଛନ୍ତି ଯେ ଏହି ଦୁଃଖଦ ଦୁର୍ଘଟଣାରେ ଆହତ ହୋଇଥିବା ପ୍ରାୟ ୧୦୦ଜଣଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଆର୍ଥିକ ସହାୟତା ମିଳିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!