କଟକ,୮ା୧୦: ବାଲିଯାତ୍ରା ପଡିଆରେ ଉଡିପାରିବନି ଡ୍ରୋନ। ପୂରା ଗ୍ରାଉଣ୍ଡ୍କୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା କଲା ପ୍ରଶାସନ । କଟକ ଜିଲ୍ଲାପାଳ ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି । ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ବାଲିଯାତ୍ରା ପଡିଆ ‘ନୋ ଡ୍ରୋନ୍ ଜୋନ୍’ ଏହି କଟକଣା ରହିବ। ବାଲିଯାତ୍ରା ଗ୍ରାଉଣ୍ଡଠାରୁ ୫ କିମି ପରିଧି ପାଇଁ କଟକଣା ଜାରି ହୋଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ ଉଡ଼ାଣ ମନା। ମାଇକ୍ରୋ ଲାଇଟ୍ ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ୍, UAV, ଡ୍ରୋନ୍ ମନା। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |