ନବରଙ୍ଗପୁର(ମିହିର ଶଙ୍କର ପାତ୍ର),୧୧ା୧୦: ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବରିଷ୍ଠ ନାଗରିକ ଦିବସ-୨୦୨୫ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ସମ୍ମାନୀତ ଅତିଥି ଭାବେ ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା ଭାଜପା ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ,ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ, ବରିଷ୍ଠ ବିଜେଡି ନେତା ଏମ୍. ଆପ୍ପା ରାଓ ପ୍ରମୁଖ ମଞ୍ଚାସୀନ ଥିଲେ | ଏଥିରେ ଉପସ୍ଥିତ ବରିଷ୍ଠ ନାଗରିକ ମାନଙ୍କୁ ଉତ୍ତୋରୀୟ ଦେଇ ସମ୍ମାନୀତ କରାଯାଇଥିଲା | ଏଥିରେ ଉପସ୍ଥିତ ଅତିଥି ମାନେ ଆଜିର ଦିବସଟି ବିଷୟରେ ଆଲୋଚନା କରିବା ସହ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଥିବା ସରକାର ଙ୍କ ଯୋଜନା ଉପରେ ଆଲୋକପାତ କରିଥିଲେ | ପୂର୍ବରୁ ଅନୁଷ୍ଠିତ ରଚନା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇଥିବା ରେବତୀ ମିର୍ଗାନ (୧ମ), ବନିତା ବିଶୋଇ (୨ୟ) ଓ ପରମାନନ୍ଦ ଭତ୍ରା (୩ୟ) ସ୍ଥାନ ଅଧିକାର କରିଥିବାରୁ ମାନପତ୍ର ସହ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା | ଏହା ସହ ୫ ଟି ପରିବାର କୁ ରାଶନ କାର୍ଡ ପ୍ରଦାନ କରାଯାଇଥିଲା | ବିଭିନ୍ନ ପଞ୍ଚାୟତରୁ ମୋଟ ୭୦ ଜଣ ବରିଷ୍ଠ ନାଗରିକ ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ପରିଚାଳନା କରିଥିଲେ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |