ଭୁବନେଶ୍ୱର,୧୧ା୧୦: ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ଜୟ ଭାଜପା ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍ଦାର୍ ଚର୍ଚ୍ଚା ହେଉଛି।ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।ଜୟ ଢୋଲକିଆ ବିଜେପିରେ ଯୋଗଦେବା ପରେ ନୂଆପଡ଼ା ବିଧାନସଭା ଆସନକୁ ନେଇ ସବୁ ଅଙ୍କ ଏପଟ ସେପଟ ହୋଇଯାଇଛି। ବିଜେଡ଼ି ଦଖଲରେ ଥିବା ନୂଆପଡ଼ା ଆସନରେ ବିଜେପିର ପତିଆର ବଢ଼ିବ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ଜୟଙ୍କ ବିଜେପିରେ ଯୋଗଦାନ ବିଜେଡିକୁ ଶକ୍ତ ଝଟ୍କା ଦେଇଛି ବୋଲି କୁହାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |