ନୂଆଦିଲ୍ଲୀ,୧୩,।୧୦: ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଫଳରେ ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଏହାପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ।ନୂଆପଡ଼ା ଉପ ନିର୍ବାଚନ ପାଇଁ ଉଭୟ ବିଜେଡି ଓ ଭାଜପାର ପ୍ରାର୍ଥୀ ଚୟନରେ ଦିନ ଗଡି ଚାଲିଥିବାବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନରେ କନ୍ଦଳ ଲାଗି ରହିଥିବାବେଳେ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଛି।ନଭେମ୍ବର ୧୧ (ମଙ୍ଗଳବାର) ତାରିଖ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ । ଅନ୍ୟପକ୍ଷରେ ବାମପନ୍ଥୀ ଉଗ୍ରବାଦୀ ପ୍ରବଣ ଅଞ୍ଚଳର ୪୭ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ନଭେମ୍ବର ୧୬ ( ରବିବାର) ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |