ଭୁବନେଶ୍ୱର,୧୪।୧୦: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ। କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ।ବାଦ୍ ପଡ଼ିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |