ଭୁବନେଶ୍ୱର ,୧୬।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି ।ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତ ଅର୍ଥାତ୍ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର। ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ.ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ. ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |