ଭାଜପାରେ ସାମିଲ ହେଲେ ବିଜେଡି ନେତା ଲମ୍ବୋଦର ନିଆଲ

ନୂଆପଡ଼ା,୧୬ା୧୦: କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍‌ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ଫଳରେ ବିଜେଡିକୁ ପୁଣି ଏକ ଶକ୍ତ ଝଟ୍‌କା ଲାଗିଛି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।ନୂଆପଡ଼ା ଉପନିର୍ବାଚନ ପାଇଁ ବୁଧବାର ଉଭୟ ଶାସକ ଭାଜପା ଏବଂ ବିରୋଧୀ ବିଜେଡିର ପ୍ରାର୍ଥୀ ଘୋଷଣା କରାଯାଇଛି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ଭାଜପା ଟିକେଟ ଦେଇଛି। ଏନେଇ ଭାଜପା ସଂସଦୀୟ ବୋର୍ଡ ପକ୍ଷରୁ ବୁଧବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ହେଲେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ବିଜେଡିର ପ୍ରାର୍ଥୀ ଘୋଷଣା। ବିଜେଡି ଏହି ଉପନିର୍ବାଚନରେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ବିଜୁ ମହିଳା ଜନତା ଦଳର ସଭାପତି ଥିବା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!