୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଗୋଷଣା କଲା ବିଜେପି

ଭୁବନେଶ୍ୱର,୧୬ା୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ନାଁ ରହିଛି।ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ନୂଆପଡାରେ ପ୍ରଚାର କରିବେ ଦୁଇ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ କରିବେ ପ୍ରଚାର । ଏଥିସହ ମନମୋହନ ସାମଲ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ କରିବେ ପ୍ରଚାର। ଜୁଏଲ ଓରାମ, ସୁନୀଲ ବଂଶଲ, ବୈଜନ୍ତ ପଣ୍ଡା , ବିଜୟପାଲ ସିଂ ତୋମାରଙ୍କ ସମେତ ୪୦ ବରିଷ୍ଠ ନେତା ପ୍ରଚାର କରିବେ।ସେହିପରି ଭାଜପା ସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ବିନୀ ବୈଷ୍ଣବ ଏହି ଷ୍ଟାର ପ୍ରଚାରକରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ ଅଛନ୍ତି। ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ନାଁ ମଧ୍ୟ ଏହି ଷ୍ଟାର ପ୍ରଚାରକରେ ରହିଛି। ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା, ସମ୍ବିତ ପାତ୍ର, ସୁନୀଲ ବଂଶଲ ରହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!