ଭୁବନେଶ୍ବର,୨୩।୧୦ : ରାଜଧାନୀର ୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟଣା ପରେ ଚେତିଛି BMC । ରାଜଧାନୀର ବିଭିନ୍ନ ହାଟ ପାଇଁ SOP ଆଣିବ ବିଏମ୍ସି ।ରାଜଧାନୀର ୨୦ଟି ବଡ଼ ହାଟ ପାଇଁ ଲାଗୁହେବ SOP । ହାଟ କେମିତି ପାଇ ହେବ ବିଧିବଦ୍ଧ ନିର୍ବାଚନ ହେବ । BMC ଅଧିକାରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ଗ୍ରୁପ ଇନସ୍ୟୁରାନ୍ସ କରିବ BMC । ରାଜଧାନୀର ବିଭିନ୍ନ ହାଟରେ ଏନଫୋର୍ସମେଣ୍ଟକୁ କଡା କଡ଼ି କରାଯିବ । ହାଟ ଭିତରେ ଜରିପାଲ ଟାଣି ପାରିବେନି ବ୍ୟବସାୟୀ । ହାଟରେ ଏନଫୋର୍ସମେଣ୍ଟ କଡ଼ାକଡ଼ି କରାଯିବ । ରାସ୍ତା ଉପରକୁ ମାଡ଼ି ବ୍ୟବସାୟ କରି ପାରିବେନି ଦୋକାନୀ । ଏକ ନମ୍ବର ମାର୍କେଟକୁ ମଡର୍ଣ୍ଣ ମାର୍କେଟ କରିବାକୁ ୧୮୬ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିଲା । ପାତ୍ରପଡା ଭଗବାନପୁର ହୋଲସେଲ୍ ମାର୍କେଟ ପାଇଁ ଟଙ୍କାର ଅଭାବ ରହିଛି । ଏସବୁ ପାଇଁ ସରକାର ଅର୍ଥ ଯୋଗେଇ ଦେଲେ କାମ ଆଗକୁ ବଢ଼ିବ ବୋଲି ମେୟର କହିଛନ୍ତି । କ୍ଷତିଗ୍ରସ୍ତଙ୍କୁ CMRF ଫଣ୍ଡ ସହ BMC ନିଜସ୍ଵ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇଦେବାକୁ ବିଚାରବିମର୍ଶ କରାଯାଉଥିବା ମେୟର କହିଛନ୍ତି । ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ପକ୍ଷରୁ ରଣନୀତିରେ ପରିବର୍ତ୍ତନ କରିବାକୁ ଯୋଜନା କରାଯାଇଛି। ଏନେଇ ପ୍ଳାଷ୍ଟିକ୍ ଉତ୍ପାଦନ ୟୁନିଟ୍ଗୁଡ଼ିକୁ ଟାର୍ଗେଟ କରିବାକୁ ବିଏମସି ଯୋଜନା କରିଛି। ପ୍ଲାଷ୍ଟିକ୍ ବିରୋଧରେ ଅଭିଯାନରେ ଦୋକାନୀଙ୍କୁ ଧରିବା ଏବଂ ଦଣ୍ଡିତ କରିବା ଏପର୍ଯ୍ୟନ୍ତ ଫଳପ୍ରଦ ହୋଇନାହିଁ ବୋଲି ଅଧିକାରୀ କହିଛନ୍ତି।ରାଜଧାନୀର ସର୍ବାଧିକ ଜନଗହଳିପୂର୍ଣ୍ଣ ୧ନମ୍ବର ହାଟର ବିକାଶ ପାଇଁ ପରିକଳ୍ପନା କରିଥିଲା ବିଏମସି । ୩ ଏକର ଜାଗାରେ ପ୍ରାୟ ୨ ହଜାର ବ୍ୟବସାୟୀ ବସିବା ଭଳି ଏକ ଅତ୍ୟାଧୁନିକ ମାର୍କେଟ୍ କମ୍ପ୍ଲେକ୍ସର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିଲା। ଏଥିପାଇଁ ୪୨ଟି ସରକାରୀ କ୍ୱାର୍ଟର୍ସ ସହ ଦୁଇଟି ବସ୍ତି ଉଚ୍ଛେଦ କରାଯାଇଥିଲା । ୧୧ ବର୍ଷ ପରେ ଏହି ପ୍ରକଳ୍ପ କେବଳ କାଗଜ କଲମରେ ସୀମିତ ହୋଇ ରହିଯାଇଛି । ବିଳମ୍ବିତ ପ୍ରକ୍ରିୟା କାରଣରୁ ପରିବା ମାର୍କେଟ ଚାରିପାଖରେ ପୁଣି ଥରେ ବସ୍ତି ଗଢି ଉଠିଥିବା ବେଳେ ୧ନଂ ହାଟକୁ ସବୁ ସମୟରେ ଅଗ୍ନିକାଣ୍ଡର ଭୟ ରହିଛି। ସେପଟେ ନାଲିଫିତା ତଳେ ଚାପି ହୋଇ ରହିଛି ୟୁନିଟ ୧ ମାର୍କେଟ ବିକାଶ ନକସା । ଏହି ବିଳମ୍ବିତ ପ୍ରକ୍ରିୟା କାରଣରୁ ଯେଉଁ ବସ୍ତି ଉଚ୍ଛେଦ ହୋଇଥିଲା, ତାହା ପୁଣି ଗଢ଼ି ଉଠିଲାଣି। ଏଣେ ହାଟର ବ୍ୟବସାୟୀ ମାନେ ପ୍ରତି ମୁହୂର୍ତ୍ତରେ ଭୟର ବାତାବରଣ ଭିତରେ ରହୁଛନ୍ତି । ବିଶେଷକରି ହାଟକୁ ସବୁବେଳେ ନିଆଁ ଡର ଲାଗିରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |