ଭୁବନେଶ୍ୱର,,୨୭ା୧୦: ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଣାଳୀ ବାତ୍ୟାରେ ପରିଣତ ହୋଇସାରିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ବାତ୍ୟା ‘ମୋନ୍ଥା’ ଏବେ କାକିନାଡ଼ା ଠାରୁ ୬୮୦ କିମି ଦୂରରେ ରହିଛି।ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି ବାତ୍ୟା ‘ମୋନ୍ଥା’। ଆସନ୍ତା ୧୨ ଘଣ୍ଟା ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। କାଲି ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ‘ମୋନ୍ଥା’।କାଲି ସଂଧ୍ୟା କିମ୍ୱା ରାତିରେ ଲ୍ୟାଣ୍ଡଫଲ୍ କରିବ ‘ମୋନ୍ଥା’। ମଛଲିପଟନମ ଓ କଳିଙ୍ଗପଟନମ ମଝି କାକିନାଡ଼ା ଦେଇ ଅତିକ୍ରମ କରିବ। ଲ୍ୟାଣ୍ଡଫଲ ବେଲେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ।‘ମୋନ୍ଥା’ ୨୭ ରୁ ୩୦ ଅକ୍ଟୋବର ପର୍ଯ୍ୟନ୍ତ ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ଓଡ଼ିଶା, ଛତିଶଗଡ଼ ଏବଂ ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଣିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି, ସେନାକୁ ସତର୍କ ରଖାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର ପୂର୍ବରେ ରହିଛି । ବାତ୍ୟା ଦକ୍ଷିଣ ଭାରତର ଉପକୂଳ ମୁହାଁ ହୋଇଥିବା ବେଳେ ଗୁଜୁରାଟ ନିକଟରେ ଏହା ବାଙ୍କି ପାରେ । ତେଣୁ ଆଗାମି ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଜିଲାଗୁଡିକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଜିଠାରୁ ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିବ। ମାତ୍ର ଏହି ସବୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।ଆନ୍ଧ୍ରପ୍ରଦେଶ, ଓଡ଼ିଶା ଏବଂ ତାମିଲନାଡୁ ରାଜ୍ୟକୁ ରେଡ ଆଲର୍ଟ ଜାରି କରିଛି ଆଇଏମଡି । କର୍ଣ୍ଣାଟକ, କେରଳ, ତେଲେଙ୍ଗାନା, ମଧ୍ୟପ୍ରଦେଶଳ ଛତିଶଗଡ, ଝାଡଖଣ୍ଡ, ବିହାର, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଅନୁଯାୟୀ, ଆଗାମୀ ତିନି ଦିନ ମଧ୍ୟରେ ଜାତୀୟ ରାଜଧାନୀ ଦିଲ୍ଲୀର ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ୨୭ ଏବଂ ୨୮ ଅକ୍ଟୋବରରେ ପଶ୍ଚିମ ବାୟୁମଣ୍ଡଳର ପ୍ରଭାବରେ ସନ୍ଧ୍ୟା କିମ୍ବା ରାତିରେ ହାଲୁକା ଝିପିଝିପି ବର୍ଷା ହୋଇପାରେ, ଯେତେବେଳେ ୨୯ ଅକ୍ଟୋବରରେ ପାଗ ଆଂଶିକ ଭାବରେ ସ୍ପଷ୍ଟ ରହିବ।ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ। ୩୦ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶା ଉପକୂଳକୁ ଓ୍ୱାର୍ଣ୍ଣିଂ ଜାରି ହୋଇଛି।ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳକୁ ବି ଅରେଞ୍ଜ ଓ୍ୱାର୍ଣ୍ଣିଂ। କାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗହଞ୍ଜାମ ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରାଯାଇଛି।୨୯ ତାରିଖ ପାଇଁ ୫ ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାକୁ ରେର୍ଡ ଆଲର୍ଟ ଜାରି।ପଶ୍ଚିମ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |