କୋଷାଗୁମୁଡ଼ା ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

 

ନବରଙ୍ଗପୁର ( ପ୍ରିୟଦର୍ଶିନୀ ପାତ୍ର,)୨୭.୧୦.୨୦୨୫:ଆଜି କୋଷାଗୁମୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବିଡିଓ ଏବଂ ତହସିଲଦାର , କୋଷାଗୁମୁଡ଼ାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ପ୍ରଥମେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ୨୦୨୫ ଉପଲକ୍ଷେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ଉପସ୍ଥିତ ଅଧିକାରୀ ସାଧୁତା ର ଶପଥ ପାଠ କରିଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୨ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।ସେଭଳି ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦିବ୍ୟାଙ୍ଗ ମାନଙ୍କୁ ୪ ଟି ହୁଇଲ୍ ଚେୟାର,୩ ଟି ଟ୍ରାଇ ସାଇକଲ,୧ଟି କହୁଣି ବୈଶାଖୀ ପ୍ରଦାନ କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!