ଭୁବନେଶ୍ୱର,,୧।୧୧: ବାତ୍ୟା ମୋନ୍ଥାର ତାଣ୍ଡବ ଲୀଳା ପରେ ପୁଣି ମାଡ଼ି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇପାରେ ଲଘୁଚାପ। ଆଜି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହେଲେ ଲଘୁଚାପ ସୃଷ୍ଟି ହେବା ନେଇ ସ୍ପଷ୍ଟ ହୋଇନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |