କଟକ,୧।୧୧କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ଅନୁମତି ଦିଆଯାଉଥିଲା। ହେଲେ ଗତବର୍ଷ ଏହାକୁ ନେଇ କିଛି ବିବାଦ ଉପୁଜିଥିଲା। ଏପରି କି ପୁଲିସ ରାତି ୧୦ଟା ପରେ କଳାକାରଙ୍କୁ ମଞ୍ଚରୁ ଓହ୍ଲାଇ ଦେଇଥିଲା। ତେଣୁ ଚଳିତ ଥର ସମୟସୀମା ବୃଦ୍ଧି କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |